ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ଭାଇଙ୍କୁ ହାଣି ପକାଇଲେ ଦୁର୍ବୃତ୍ତ। ବାଲେଶ୍ୱର ଜିଲ୍ଲା ନାଥପାଣି ଛକରେ ଏହି ଘଟଣା ଘଟିଛି। ଆହତମାନେ ହେଲେ ବାପୁ ପଣ୍ଡା ଓ ବାବି ପଣ୍ଡା। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି |ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି ।ତେବେ ଆକ୍ରମଣର କାରଣ ଜଣା ପଡିନଥିଲେ ମଧ୍ୟ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି।
