ଏଥର ବି ଭୀଷଣ ତାତି । ଜଳାଇବ ମାର୍ଚ୍ଚରୁ ମେ’ ଖରା ।

ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ସମ୍ଭାବ୍ୟ ପାଣିପାଗକୁ ନେଇ ଆଇଏମ୍‌ଡି ପୂର୍ବାନୁମାନ ଜାରି କରିଛି । ଏହି ଆକଳନ ଅନୁସାରେ ଦେଶର ଅଧିକାଂଶ ସ୍ଥାନରେ ମାର୍ଚ୍ଚ ମାସ ଓ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ ।

ଗ୍ରୀଷ୍ମ ଲହରୀ ଦିନ ସଂଖ୍ୟା ବି ସ୍ୱାଭାବିକଠାରୁ ଅଧିକ ଲମ୍ବିବ । ଓଡ଼ିଶାରେ ବି ଏଭଳି ପ୍ରଚଣ୍ଡ ଗରମରୁ ତ୍ରାହି ମିଳିବ ନାହିଁ । ଏପ୍ରିଲରେ ଲଗାତାର ୧୯ ଦିନ ଗ୍ରୀଷ୍ମ ଲହରୀ ସ୍ଥିତ ଅନୁଭୂତ ହେବା ସହ ରାତିରେ ମଧ୍ୟ ଲୋକେ ନାହିଁ ନଥିବା ଗରମର ସମ୍ମୁଖୀନ ହେବେ । ୨୦୨୫ରେ ରାଜ୍ୟରେ ପାଣିପାଗ ସ୍ଥିତି ଗତବର୍ଷ ତୁଳନାରେ ଅପେକ୍ଷାକୃତ ଭଲ ରହିବା ନେଇ ଆଶା କରାଯାଇଥିଲା। ମାତ୍ର ଏବେ ଆଇଏମଡିର ଆକଳନ ପୁଣିଥରେ ଖରାକୁ ନେଇ ଭୟ ସୃଷ୍ଟି କରିଛି। ଏପଟେ ଆଜିଠୁ ରାଜ୍ୟରେ ବଢିବ ତାତି। ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ବଢ଼ିବ ସର୍ବନିମ୍ନ ତାପମାତ୍ରା।

ଅଧିକ ପଢନ୍ତୁ