ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ ।ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍‌ ଜାରି ହୋଇଛି। ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି। ଫାଇନାଲ ଚାର୍ଜସିଟ୍‌ ଦାଖଲ କରିନି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼।ମାମଲାକୁ ସିବିଆଇ ତଦନ୍ତ କରୁ ବୋଲି ବୟାନବାଜି ଲାଗି ରହିଛି। ଏହାରି ଭିତରେ କ୍ରାଇମ୍‌ବ୍ରାଞ୍ଚ ନୋଟିସ୍‌ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଛି। କ୍ରାଇମ୍‌ବ୍ରାଞ୍ଚର ଏହି ନୋଟିସ୍‌ ପରେ ଏବେ ସବୁ ମହଲରେ ଚର୍ଚ୍ଚା ଯେ କ୍ରାଇମ୍‌ବ୍ରାଞ୍ଚକୁ କ’ଣ କହିବେ ଦୀପାଳି ଓ ବିଶାଳ ?

ତଦନ୍ତରେ ତ୍ରୁଟି ରହିଛି ବୋଲି ଅଭିଯୋଗ ଆଣିବେ କି? ତଦନ୍ତର କେଉଁ କେଉଁ ଦିଗକୁ ନେଇ ସେମାନେ ଆପତ୍ତି ଉଠାଇବେ ? ତେବେ ଏହି ଘଟଣା ପରେ ବିଭିନ୍ନ ଆଡୁ ରାଜନୈତିକ ପ୍ରତିକ୍ରିୟା ପ୍ରକାଶ ପାଇଛି ତେବେ ଏହି ଘଟଣାରେ ନବ ଦାସଙ୍କ ଝିଅ ଦୀପାଳି ଦାସ ସିବିଆଇ ତଦନ୍ତ ଦାବି କରିଥିଲେ ସେ କହିଥିଲେ ମୁଁ ଚାହେଁ ଘଟଣାର ଉଚିତ ତଦନ୍ତ ହୋଇ ଆମ ପରିବାର କୁ ନ୍ୟାୟ ମିଳୁ ଏଥିସହ ମୁଖ୍ୟମନ୍ତ୍ରୀ ମୋ ପରିବାର ସହ ଆଲୋଚନା କରନ୍ତୁ, ସୁଚନା ଅନୁଯାୟୀ ଦୁଇ ବର୍ଷ ତଳେ ଅର୍ଥାତ ଜାନୁଆରୀ ୨୯, ୨୦୨୩ ରେ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ତାଙ୍କ ସୁରକ୍ଷାରେ ଥିବା ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳି କରି ହତ୍ୟା କରିଥିଲା । ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିଥିଲେ ତତ୍କାଳ ବିଜେଡି ସରକାର । ଯାହାକୁ ନେଇ ସିବିଆଇ ତଦନ୍ତ ଦାବି କରିଥିଲେ ସେ ସମୟରେ ବିରୋଧି । ହତ୍ୟାକାଣ୍ଡର ଦୁଇ ବର୍ଷ ପରେ ପୁଣି ସିବିଆଇ ତଦନ୍ତକୁ ନେଇ ଜୋର ଧରିଛି ରାଜନୀତି ।

ଅଧିକ ପଢନ୍ତୁ