ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ନାୟିକାଣଡିହି ଥାନା ରାମଚନ୍ଦ୍ରପୁର ଗାଁରେ ଅଘଟଣ । ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼ । ଯେଉଁଥିରେ ଯୁବକ ଜଣଙ୍କ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ସୂଚନା ଅନୁସାରେ ଜଗବନ୍ଧୁ ଜଣେ ଟେଣ୍ଟ ବ୍ୟବସାୟୀ । ଗାଁରେ ଅଷ୍ଟମ ପ୍ରହାରୀ ପ୍ରସାଦ ଖାଇ ଘରେ ଶୋଇ ଥିଲେ।
ଏହି ସମୟରେ ଦୁର୍ବୃତ୍ତ ତାଙ୍କ ମୁହଁରେ ଏସିଡ ମାଡ କରିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାସୁଦେବପୁର ଡାକ୍ତରଖାନା ଅଣାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ଅଧିକ ଚିଜିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ନାୟିକାଣ ଢ଼ୀହି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଏସିଡ ମାଡ଼ର କାରଣ ଅସ୍ପଷ୍ଟ ରହିଛି। ପୂର୍ବ ଶତ୍ରୁତାକୁ ନେଇ ଏଭଳି କାଣ୍ଡ ଘଟିଥିବା ଜଣାପଡିଛି। ଜଗବନ୍ଧୁ ଟେଣ୍ଡ ହାଉସ କରି ପରିବାର ପ୍ରତିପୋଷଣ କରିଆସୁଛନ୍ତି। ପୂର୍ବରୁ ଜଗବନ୍ଧୁଙ୍କ ଟେଣ୍ଡରେ କେହି ନିଆଁ ଲଗାଇଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଏବେ ପୁଣି ଦୁର୍ବୁତ୍ତ ଜଗବନ୍ଧୁଙ୍କ ଉପରେ ଏସିଡ ମାଡ ହୋଇଛି।