ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।ପୂର୍ବରୁ କେନ୍ଦୁଝର ଏଡିଏମ ଥିବା ଆଲୋକ ପ୍ରଧାନଙ୍କୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ଥିବା ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା। ତେବେ ୧୮ ଓଏଏସ୍ ଅଧିକାରୀଙ୍କ ବଦଳି ହୋଇଛି।
