ଆସନ୍ତାକାଲି ଅର୍ଥାତ୍ ମାର୍ଚ୍ଚ ୫ରେ ଛୁଟି ନ ହୋଇ ସମସ୍ତ ସ୍କୁଲ ଖୋଲା ରହିବ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି କରାଯାଇଛି ।ସୂଚନାଯୋଗ୍ୟ, ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫କୁ ଛୁଟି କରାଯାଉଥିଲା । ମାତ୍ର ଗତକାଲି ସରକାର ଏପି୍ରଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରାଯିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଆସନ୍ତାକାଲି ମାର୍ଚ୍ଚ ୫ରେ ଥିବା ଏହି ଛୁଟିକୁ ବାତିଲ କରାଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
