ସୁଭଦ୍ରା’ ଯୋଜନାରେ ଗୁରୁବାର ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ଡିବିଟିରେ ଏହି ଟଙ୍କା ପ୍ରଦାନ କରାଯିବ । ଦିନ ସାଢେ ୧୨ଟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ଆବାସୀ ମାଧ୍ୟମରେ ଶୁଭାବମ୍ଭ କରିବେ । ହିତାଧିକାରୀଙ୍କ ବ୍ୟାଙ୍କ୍ ଖାତାକୁ ସିଧାସଳଖ ୫ ହଜାର ଟଙ୍କା ପଠାଯିବା । ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।ସୁଭଦ୍ରାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି। ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପଠାଇଥିଲେ ରାଜ୍ୟ ସରକାର। ଏହାକୁ ମିଶାଇ ଗତ ୭ ମାସରେ ୯୮ ଲକ୍ଷରୁ ଅଧିକ ମହିଳା ହିତାଧିକାରୀ ଉପକୃତ ହୋଇସାରିଛନ୍ତି। ଏହାସହ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି।