ମାଟ୍ରିକ ପରୀକ୍ଷା ଦେବାକୁ ଯିବା ବେଳେ ଚାଲିଗଲା ପରୀକ୍ଷାର୍ଥୀଙ୍କ ଜୀବନ ।

ଦଶମ ପରୀକ୍ଷା ଦେବାକୁ ଯିବାବେଳେ ସଡ଼କ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଜି ସେ ଏମ୍‌ଭି-୧୦୧ ଗାଁରୁ ସ୍କୁଟିରେ ପାଣ୍ଟ୍ରିପାଣି ପରୀକ୍ଷା କେନ୍ଦ୍ରକୁ ଆସୁଥିବାବେଳେ ରାସ୍ତାରେ ଜୀବନ ହିଁ ଶେଷ ହୋଇଯାଇଛି।ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ଛାତ୍ରଙ୍କ ନାଁ ବିକ୍ରମ ସରଦାର ଓ ଗୁରୁତର ଛାତ୍ର ହେଲେ ତାପସ ସରଦାର । ସେପଟେ ଆଜି ମାଟ୍ରିକର ଶେଷ ପରୀକ୍ଷା ଥିଲା ।

ସୂଚନାନୁଯାୟୀ, ପଦ୍ମଗିରି ବିଦ୍ୟାଳୟ ଛାତ୍ର ସେରପାଲି ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବାକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଚନ୍ଦନଗୁଡ଼ା ନିକଟରେ ପିକଅପ ଭ୍ୟାନ ସହ ବାଇକ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ସଙ୍ଗେ ସଙ୍ଗେ ଛାତ୍ରଙ୍କର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଅଧିକ ପଢନ୍ତୁ