ଶ୍ରୀକ୍ଷେତ୍ରକୁ ଗଡ଼ିପାରେ ମେଟ୍ରୋ । ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ସୂଚନା । ପୁରୀ ପର୍ଯ୍ୟନ୍ତ ମେଟ୍ରୋ ଗଡ଼ିବା ନେଇ ଅନୁଧ୍ୟାନ ଚାଲିଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପ୍ରକଳ୍ପର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି ।ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟରରେ ମେଟ୍ରୋ ରେଳ ଚଳାଚଳ କରିବ । ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ ବୋଲି କହିଲେ ମନ୍ତ୍ରୀ ।
