ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା ।

ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହେବେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହେବ । ୧୨ ଦିନ ଧରି ଚାଲିବ ଖାତାଦେଖା । ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଖାତା ମଧ୍ୟ ଏଠାରେ ଦେଖାଯିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ୫୦ ନମ୍ବର ବିଶିଷ୍ଟ ଲିଖିତ ପରୀକ୍ଷା ଉତ୍ତର ଖାତାର ମୂଲ୍ୟାୟନ ପାଇଁ ବ୍ୟବସ୍ଥା ରହିଛି । ସକାଳ ୯ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖାତାଦେଖା ପାଇଁ ସମୟ ଧାର୍ଯ୍ୟ ହୋଇଛି ।

ଅଧିକ ପଢନ୍ତୁ