ବିଧାନସଭାରୁ କଂଗ୍ରେସର ୧୨ ବିଧାୟକ ନିଲମ୍ବିତ ଘଟଣା ପ୍ରତିବାଦରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ କର୍ମୀଙ୍କ ସହ ଧାରଣାରେ ବସିଛନ୍ତି ବିଧାୟକ । ଗତକାଲି ରାତିରୁ ରାସ୍ତା ଉପରେ ଶୋଇ ଧାରଣା ଦେଇଛନ୍ତି ।ବିଧାନସଭାରେ ବିରୋଧ କରାଯାଉଥିବାବେଳେ ପୋଲିସ ଜୋର ଜବରଦସ୍ତି ବିଧାୟକଙ୍କୁ ବିଧାନସଭାରୁ ବାହାର କରିଦେଇଛନ୍ତି ବୋଲି କଂଗ୍ରେସ ବିଧାୟକ ଅଭିଯୋଗ କରିଛନ୍ତି।
ବିଧାନସଭାରୁ କଂଗ୍ରେସ ବିଧାୟକଙ୍କୁ ବାହାରକୁ ଅଣାଗଲା ଓ ବସ୍ ଯୋଗେ କଂଗ୍ରେସ ଭବନରେ ଛାଡିଲେ ବିଧାନସଭା ସୁରକ୍ଷାକର୍ମୀ। ଏହାକୁ ପ୍ରତିବାଦ କରି ମାଷ୍ଟରକ୍ୟାଣ୍ଟିନ ଛକରେ ରାଜରାସ୍ତାରେ ବସିଛନ୍ତି କଂଗ୍ରେସ ବିଧାୟକ। ସୂଚନା ଅନୁସାରେ ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର ଅଭିଯୋଗ ପରେ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ତେବେ ଏହି ନିଲମ୍ବନ ତାଲିକାରେ ତାରାବାହିନୀ ପତି ଓ ରମେଶ ଜେନାଙ୍କ ନାଁ ନଥିବା ଜଣାଯାଇଛି ।ତେବେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି ଅସୁସ୍ଥ। ଅନ୍ୟ ବିଧାୟକମାନଙ୍କ ସହ ସାରା ରାତି ରାଜରାସ୍ତାରେ ରାତି କାଟିବା ପରେ ବିଗିଡିଲା ତାରାଙ୍କ ସ୍ୱାସ୍ଥ୍ୟ ଅବସ୍ଥା। ସକାଳୁ ଡାକ୍ତର ଆସି ତାରାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି।