ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଆଜି ଅର୍ଥାତ୍‌ ୨୮ ମାର୍ଚ୍ଚରେ ସୁନାର ମୂଲ୍ୟ ବୃଦ୍ଧି ପାଇଛି। ୨୪ କ୍ୟାରେଟ ୧୦ ଗ୍ରାମ ସୁନା ୮୯,୮୫୦ ଟଙ୍କାରେ କାରବାର ହେଉଛି। ସେହି ସମୟରେ, ୨୨ କ୍ୟାରେଟ ୧୦ ଗ୍ରାମ ସୁନାର ମୂଲ୍ୟ ୮୨,୩୬୦ ଟଙ୍କା। ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୫୦ ଟଙ୍କାକୁ ପହଞ୍ଚିଛି ।

ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି। ସୁନା ମୂଲ୍ୟ ୯୦ ହଜାର ଅତିକ୍ରମ କରିଛି। ରାଜଧାନୀରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନାର ମୂଲ୍ୟ ୯୦,୦୦୦ ଟଙ୍କାରେ ପହଞ୍ଚିଛି। ସେହି ସମୟରେ ୧୦ ଗ୍ରାମ ୨୨ କ୍ୟାରେଟ ସୁନା ୮୨,୫୧୦ ଟଙ୍କାରେ ଉପଲବ୍ଧ ହେଉଛି।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୩,୩୫୦ ଟଙ୍କା ଓ ୮୯,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୫୦୦ ଟଙ୍କା ଓ ୮୯, ୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୮୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ଅଧିକ ପଢନ୍ତୁ

Odisha Darpan Digital