ଏନ୍‌କାଉଣ୍ଟରରେ ଟଳିଲେ ୧୬ ରୁ ଅଧିକ ମାଓବାଦୀ

ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।ଖବର ଅନୁଯାୟୀ, ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆର୍‌ଜି ଓ ସିଆର୍‌ପିଏଫ୍‌ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍‌ ଆରମ୍ଙ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଯାହାପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ଏବେ ବି ଗୁଳି ବିନିମୟ ଜାରି ରହିଥିବା ପ୍ରକାଶ।

ଅଧିକ ପଢନ୍ତୁ

Odisha Darpan Digital