ପୁଣି ସ୍କୁଲରେ ରାଗିଂ, ଷଷ୍ଠ ପିଲାର ଦେହକୁ ବ୍ଲେଡରେ କାଟିଲେ ନବମ ଶ୍ରେଣୀ ଛାତ୍ରମାନେ

ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ । ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ହାତକୁ ବ୍ଲେଡରେ କାଟିଲେ । ଆଉ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅଞ୍ଚଳର ଏକ ହାଇସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସୂଚନାନୁଯାୟୀ, ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀ ଛାତ୍ର ଦୀପଙ୍କର ବେହେରାଙ୍କୁ ହଷ୍ଟେଲରେ ରହୁଥିବା ନବମ ଶ୍ରେଣୀ ଛାତ୍ରମାନେ ର଼୍ୟାଗିଂ କରିଛନ୍ତି। ନବମ ଶ୍ରେଣୀ ଛାତ୍ରମାନେ ବସି ହଷ୍ଟେଲରେ ମଦ ପିଉଥିବା ଏହି ଷଷ୍ଠ ଶ୍ରେଣୀ ଛାତ୍ର ଜଣକ ଦେଖିନେଇଥିଲେ।

ଏ ନେଇ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ଜଣାଇଥିଲେ। ଯାହା ପରେ ନବମ ଶ୍ରେଣୀ ଛାତ୍ରମାନେ ତାକୁ ପରଦିନ ଏକ ରୁମ ଭିତରେ ଅଟକାଇବା ସହିତ ଲୁହା ରଡ଼ରେ ମାଡ଼ ମାରିଥିଲେ। ବିଧା, ଗୋଇଠା ମାରିବା ସହିତ ବ୍ଲେଡରେ ହାତର ଅନେକ ଜାଗାକୁ କାଟିଥିଲେ। କଟା ଯାଇଥିବା ସ୍ଥାନରେ ଲୁଣ ମାରି ନିର୍ଯାତନା ଦେଇଥିଲେ। କେବଳ ସେତିକି ନୁହେଁ ଛାତ୍ରମାନେ ଛୁରୀ ଦେଖାଇ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ । ଯାହା ବାବଦରେ ଛାତ୍ରଜଣକ ତାଙ୍କ ପରିବାର ଲୋକଙ୍କୁ ଜଣାଇବା ପରେ ଏ ନେଇ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ପରିବାର । ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢନ୍ତୁ

kc ads