ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଇଛନ୍ତି ସରକାର । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ ଗୋଟିଏ ରାତି ବିତାଇବେ। ଜିଲ୍ଲା ଗସ୍ତ ବେଳେ ସଚିବମାନେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ପାନୀୟ ଜଳ ଯୋଗାଣ, ସେତୁବନ୍ଧ ଯୋଜନା, ପଞ୍ଚସଖା ଶିକ୍ଷା ସେତୁ, ସୁଭଦ୍ରା ଯୋଜନା, ପୋଷଣ ଅଭିଯାନ ଭଳି ସମସ୍ତ ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିବେ। ତା ସହ ଆଦିବାସୀ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କ ସହ ସଚିବମାନେ ଆଲୋଚନା କରିବେ।
