ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପୁନର୍ଗଠନ ହେବ SHG

SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ଯେଉଁମାନେ ୨ ଥର ୪ବର୍ଷରୁ ଅଧିକ ରହି ସାରିଛନ୍ତି । ସେମାନେ ଆଉ ରହି ପାରିବେନି। ପୂର୍ବ ସରକାର ସେମାନଙ୍କ ଭୋଟ ପାଇଁ ରାଜନୈତିକ ଉଦ୍ଦେଶ୍ୟ ରଖି ତିଆରି କରାଯାଇଥିଲା । ସେଥିପାଇଁ ରାଜ୍ୟରେ ssgଙ୍କ ରେଜିଷ୍ଟ୍ରେସନ ନାହିଁ। ବିନା ରେଜିଷ୍ଟ୍ରେସନରେ କୋଟି କୋଟି ଟଙ୍କା ଦିଆଯାଇଛି । ରେଜିଷ୍ଟ୍ରେସନ ନ ଥିବାରୁ ଅଡ଼ିଟ ନାହିଁ ।

ଅଧିକ ପଢନ୍ତୁ

kc ads