ଏଲପିଜି ଗ୍ୟାସ ସିଲିଣ୍ଡର ଦର ୫୦ ଟଙ୍କା ବୃଦ୍ଧି

କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ, ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ଦର ମଙ୍ଗଳବାରଠାରୁ ଲାଗୁ ହେବ। ଦର ବୃଦ୍ଧି ସହିତ ଉଜ୍ଜଳା ବ୍ୟତୀତ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୮୦୩ ଟଙ୍କାରୁ ୮୫୩ ଟଙ୍କାକୁ ବୃଦ୍ଧିପାଇବ। ସୂଚନାଥାଉକି, ଏହା ପୂର୍ବରୁ ସରକାର ପେଟ୍ରୋଲ-ଡିଜେଲ ଉପରେ ୨ ଟଙ୍କା ଲେଖାଏଁ ଏକ୍ସସାଇଜ ଡ୍ୟୁଟି ବଢ଼ାଇଛନ୍ତି।

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ କମ ହୋଇଛି, ଯେଉଁଥିପାଇଁ ସରକାର ପେଟ୍ରୋଲିୟମ କମ୍ପାନି ଯେପରିକି ଭାରତ ପେଟ୍ରୋଲିୟମ, ରିଲାଏନ୍ସ ଓ ହିନ୍ଦୁସ୍ତାନ ପେଟ୍ରୋଲିୟମ୍ ଉପରେ ଲାଗୁ ଥିବା ଉତ୍ପାଦ ଶୁଳ୍କକୁ ପ୍ରତି ଲିଟର ୨ ଟଙ୍କା ବଢାଯାଇଛି । ଗତ କିଛି ମାସ ତଳେ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଗତ ବର୍ଷ ଅଗଷ୍ଟରେ ଶେଷଥର ଗ୍ୟାସ ସିଲିଣ୍ଡର ଦରରେ ପରିବର୍ତ୍ତନ ଘଟିଥିଲା । ଏହାପରଠୁ ରୋଷେଇ ଗ୍ୟାସ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନଥିଲା ।

ଅଧିକ ପଢନ୍ତୁ

Odisha Darpan Digital