ପୁଣି ଏକ ଟ୍ରେନ୍ ଦୁର୍ଘଟଣା ମଙ୍ଗଳବାର ସାମ୍ନାକୁ ଆସିଛି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପାଲାସା ସୁମାଦେବୀ ନିକଟରେ ବିଶାଖାପାଟଣା ଦେଇ ସାଲିମର ଯାଉଥିବା ଫାଲକନମା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ର ଦୁଇଟି ବଗି ଅଲଗା ହୋଇଯାଇଛି।ଫଳରେ ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ ହୋଇପଡ଼ିଥିଲେ। ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ନାହିଁ।ଯାତ୍ରୀମାନଙ୍କ କହିବା ଅନୁଯାୟୀ, ସୁମ୍ମାଦେବୀ-ମଣ୍ଡାସା ଗାଁ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଯାତ୍ରୀମାନେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଅସୁବିଧାର ସମ୍ମୁଖୀନ ହୋଇଥିଲେ।ପରେ ଟ୍ରେନ୍ଟ ଗନ୍ତବ୍ୟ ସ୍ଥଳରେ ଗଡ଼ିଥିଲା।
