ଆଜିଠାରୁ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ।

ରାଜ୍ୟରେ ଆଜିଠାରୁ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ।୭୦ ବର୍ଷରୁ କମ୍ ବ୍ୟକ୍ତି ବିଶେଷ ପାଇବେ ଏହି ସ୍ୱାସ୍ଥ୍ୟ କାର୍ଡ। ଯେଉଁମାନେ ପୂର୍ବ ସ୍ବାସ୍ଥ୍ୟବୀମାରେ ଅନ୍ତର୍ଭୁକ୍ତ ଏବଂ ରାସନ କାର୍ଡରେ ଯେଉଁମାନଙ୍କ ନାମ ରହିଥିବ ସେମାନଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ। ସେହିପରି ଆଶାକର୍ମୀ ଘରକୁ ଘର ବୁଲି କାର୍ଡ ପ୍ରଦାନ କରିବେ।

ସମସ୍ତ ବ୍ୟକ୍ତିବିଶେଷଙ୍କୁ ଅଲଗା ଅଲଗା କାର୍ଡ ଦିଆଯିବ।ଆୟୁଷ୍ମାନ କାର୍ଡ ପାଇଁ ଇ-କେୱାଇସି ବାଧ୍ୟତାମୂଳକ ରହିଛି। ୨୯୦୦୦ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ଯୋଗାଇ ଦିଆଯିବ। ମହିଳାଙ୍କ ପାଇଁ ପରିବାର ପିଚ୍ଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଚିକିତ୍ସା ସୁବିଧା ରହିଛି। ପୁରୁଷଙ୍କ ପାଇଁ ବାର୍ଷିକ ୫ ଲକ୍ଷର ଚିକିତ୍ସା ସୁବିଧା ରହିଛି। ଓଡ଼ିଶା ବାହାରେ ବାସ କରୁଥିବା ଲୋକ ମଧ୍ୟ ପାଇପାରିବେ ଏହି ସୁବିଧା। ୭୦ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ।

ଅଧିକ ପଢନ୍ତୁ

Odisha Darpan Digital