୨୪ରେ ମିଳିବ ନୂଆ ରାସନ କାର୍ଡ । ଗୁରୁବାର ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏଯାବତ ପ୍ରାୟ ୨୫ ଲକ୍ଷ ଇ-କେୱାଇସି କରି ନାହାନ୍ତି କହିଲେ ମନ୍ତ୍ରୀ । ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସରମାନଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି, କିଏ ନାହାନ୍ତି, କଟାଯିବ। ତେବେ ୫୦ ଲକ୍ଷ ୯୦ ହଜାର ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ ।
