୧୧ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ସତର୍କତା ଜାରି

ଦିନକୁ ଦିନ ବଢିବ ଖରାର ପ୍ରକୋପ।ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ ଲାଗି ରହିବାର ସମ୍ଭାବନା ଥିବାରୁ ଜନସାଧାରଣ ସତର୍କ ରହିବାକୁ ପାଣିପାଗ ବିଭାଗ ଏବଂ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ଜାରି କରାଯାଇଛି।ଝାରସୁଗୁଡ଼ା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଳାହାଣ୍ଡି, ନୂଆପଡା, ଦେବଗଡ ଓ ଅନୁଗୋଳ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବାୟୁମଣ୍ଡଳର ଆର୍ଦ୍ରତା ପରିମାଣ ଅଧିକ ରହିବା ହେତୁ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅଧିକ ପଢନ୍ତୁ

kc ads