ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ଉପରେ ବଡ଼ ପ୍ରହାର। ସୁରକ୍ଷାକର୍ମୀ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ବ ମାଓବାଦୀଙ୍କୁ ଘେରାଉ କରିବାସହ ଏନକାଉଣ୍ଟରରେ ୫ ଜଣ ମାଓବାଦୀଙ୍କୁ ନିପାତ କରିଛନ୍ତି। ଖବର ଅନୁଯାୟୀ, ଛତିଶଗଡ଼ ଏବଂ ତେଲେଙ୍ଗାନାର ପ୍ରାୟ ୨ ହଜାର ମାଓବାଦୀ କାରେଗୁଟା ଜଙ୍ଗଲ ଓ ପାହାଡ଼ରେ ରହି ବଡ଼ ହିଂସାକାଣ୍ଡ କରୁଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ୪ ରାଜ୍ୟର ୪ ରାଜ୍ୟର ପ୍ରାୟ ୧୦ ହଜାର ଯବାନଙ୍କୁ କାରେଗୁଟାରେ ମୁତୟନ କରାଯାଇଛି । ଡ୍ରୋନ ଏବଂ ହେଲିକପ୍ଟର୍ ସହାୟତାରେ ପୂରା ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । । ଛତିଶଗଡ଼, ମହାରାଷ୍ଟ୍ର ଏବଂ ତେଲେଙ୍ଗାନା ତିନି ରାଜ୍ୟର ସୁରକ୍ଷାକର୍ମୀ ଅପରେସନରେ ସାମିଲ ହୋଇଛନ୍ତି ।
