ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଏମ୍‌ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା। ଏହି ସୁବିଧା ପ୍ରଚଳନ ସହିତ ଏମ୍‌ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି। ଏମ୍ସ ଭୁବନେଶ୍ବର ଅର୍ଥୋପେଡିକ୍‌ସ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଜଣେ ୬୬ ବର୍ଷୀୟା ମହିଳା ରୋଗୀଙ୍କର ପ୍ରଥମ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସଫଳତାର ସହିତ କରାଯାଇଛି । ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାଯୁକ୍ତ ରୋବଟିକ୍‌ ଆଣ୍ଠୁ ପ୍ରତିରୋପଣ ବେଶ୍‌ ସୁଗମ ଭାବରେ ସମ୍ପନ୍ନ ହୋଇଛି ।

ଅସ୍ତ୍ରୋପଚାର ପରେ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ମାତ୍ର ୪୮ ଘଣ୍ଟା ପରେ ସେ ସ୍ବାଭାବିକ ଭାବେ ଚଲାବୁଲା କରିପାରିବେ ବୋଲି ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ପ୍ରକାଶ କରିଛନ୍ତି ।ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର ସାଧାରଣତଃ “ଶତାବ୍ଦୀର ଅସ୍ତ୍ରୋପଚାର” ଭାବରେ ଜଣାଶୁଣା, ଯାହା ଦୁର୍ବଳ ଆଣ୍ଠୁ ଆର୍ଥ୍ରାଇଟିସ୍ ପୀଡ଼ିତ ରୋଗୀଙ୍କ ଜୀବନକୁ ପରିବର୍ତ୍ତନ କରିଛି। ବର୍ତ୍ତମାନ ସମୟରେ, ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର ଅନେକଙ୍କ ପାଇଁ ଆଶାର ନୂତନ ଆଲୋକ ପାଲଟିଛି। ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା ସଠିକତାକୁ ସମ୍ପୂର୍ଣ୍ଣ ସୁନିଶ୍ଚିତ କରିଥାଏ। ଏହି ପ୍ରଯୁକ୍ତିବିଦ୍ୟା ମାନବ ତ୍ରୁଟିର ବିପଦକୁ କମ କରେ ଏବଂ ପ୍ରକୃତ-ସମୟ ମତାମତ ପ୍ରଦାନ କରି, ସର୍ଜନଙ୍କୁ ଜଟିଳ ପଦକ୍ଷେପଗୁଡ଼ିକୁ ଅଧିକ ସଠିକ୍ ଭାବରେ କାର୍ଯ୍ୟକାରୀ କରିବାକୁ ବ୍ୟାପକ ସୁଯୋଗ ପ୍ରଦାନ କରିଥାଏ। ଯାହାକି ଏପରି ଅସ୍ତ୍ରୋପଚାର ଫଳାଫଳକୁ ଉନ୍ନତ କରୁଥିବା ଅର୍ଥୋପେଡିକ୍ସ ବିଭାଗର ମୁଖ୍ୟ ଡ. ବିଷ୍ଣୁ ପ୍ରସାଦ ପାତ୍ର ପ୍ରକାଶ କରିଛନ୍ତି।

ଅଧିକ ପଢନ୍ତୁ

kc ads