ଭିଜିଲାନ୍ସ ହାବୁଡ଼ରେ ଢେଙ୍କାନାଳ ଜିଲ୍ଲା ଅବକାରୀ ଅଧୀକ୍ଷକ

ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଢେଙ୍କାନାଳ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ । ୩ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ତାଙ୍କୁ ଧରିଛି ଭିଜିଲାନ୍ସ । ଭିଜିଲାନ୍ସ ପକ୍ଷରୁ ଢେଙ୍କାନାଳ ମହାବୀର ବଜାରସ୍ଥିତ ତାଙ୍କ ସରକାରୀ ବାସଭବନରେ ଚଢାଉ ଜାରି ରହିଛି ।ସେହିଭଳି ଜଗତପୁର ସ୍ଥିତ ଘର, ଚୌଦ୍ବାର ସ୍ଥିତ ପୈତୃକ ଘର, ଖୋର୍ଦ୍ଧା, ମହାବୀର ବଜାର ସ୍ଥିତ ସରକାରୀ ବାସଭବନ, ମହିଷାପାଟ ସ୍ଥିତ ଏକ୍ସାଇଜ ଅଫିରେ ମଧ୍ୟ ଚଢାଉ ଜାରି ରହିଛି । ୬ଟି ସ୍ଥାନରେ ୬ଟି ଟିମ୍ ଏକକାଳୀନ ଚଢ଼ାଉ ଜାରି ରଖିଛି । ଚଢ଼ାଉ ଶେଷ ପରେ ସବିଶେଷ ତଥ୍ୟ ସାମ୍ନାକୁ ଆସିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital