ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୁଳ କରିଛନ୍ତି । ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital