ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ ।

ଆଜିଠୁ ଭିତରକନିକା ବନ୍ଦ । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ । ବନ ବିଭାଗ ପକ୍ଷରୁ ଆଖପାଖ ଲୋକଙ୍କୁ ସତର୍କ କରାଯାଇଛି । ଗାଁ ପାଖରେ କୁମ୍ଭୀର ଦେଖିଲେ ତୁରନ୍ତ ସୂଚନା ଦେବାକୁ ସୂଚନା ଜାରି କରିଛି ବନ ବିଭାଗ ।

ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତର କନିକା । ତେବେ ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।

ଅଧିକ ପଢନ୍ତୁ

kc ads