ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ !

ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।ଏପଟେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

ଅଧିକ ପଢନ୍ତୁ

kc ads