ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଗିଦ ।

ବିଡ଼ିଓମାନଙ୍କୁ ତାଗିଦ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କହିଲେ, ମୋ ଛୋଟିଆ ବ୍ରେନ୍‌ରେ ସବୁ ସେଭ୍‌ ଅଛି। ସେକାଳ ପଖାଳ ଆଉ ନାହିଁ। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କ୍ଷମା ଦେବିନି, ଆମ ଲାଇନ୍‌ରେ ସେଟଅପ୍‌ ହେବାକୁ ପଡ଼ିବ। ମୁଁ ଆଦିବାସୀ ଲୋକ, ମୋ ସରଳତାକୁ ଦୁର୍ବଳତା ଭାବନ୍ତୁ ନାହିଁ। ଜିଲ୍ଲାପାଳଙ୍କ ଜରିଆରେ ବିଡିଓଙ୍କ ରିପୋର୍ଟ କାର୍ଡ ମଗାଯିବ। ବିଧାୟକ ଅଭିଯୋଗ କରୁଛନ୍ତି ବିଡିଓ ଆମ କଥା ଶୁଣୁ ନାହାନ୍ତି। ଏପରି କଲେ ହାର୍ଡ ନିଷ୍ପତ୍ତି ନିଆଯିବ। ଏହାକୁ ସୁଧାରିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ନିଜକୁ ଲୋକ ସେବକ ବୋଲି ଭାବି ସେମାନଙ୍କ ଅଭିଯୋଗକୁ ସମାଧାନ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ। କେବଳ ଏତିକି ନୁହେଁ ମନରେଗାରେ ମେସିନ ବଦଳରେ ଶ୍ରମକିଙ୍କୁ ନିଯୁକ୍ତ କରିବାକୁ ସିଡ଼ିଓ ଏବଂ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସିଏମ।ବର୍ତ୍ତମାନ GA ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡ଼ିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅଧିକ ପଢନ୍ତୁ

Odisha Darpan Digital