ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ

ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ । ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ । ତେଣୁ ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି ।ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀ ମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ ।

ଅଧିକ ପଢନ୍ତୁ

Odisha Darpan Digital