ପୁଣି ବନ୍ଦ ହେଲା ୭୪୭ୱେବସାଇଟ୍‌ ଏବଂ ୯୪ଟି ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ,(ଓଡିଶା ଦର୍ପଣ): କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ, ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ, ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସୂଚନା ପ୍ରଯୁକ୍ତି ଅଧିନିୟମ ୨୦୦୦ ର ଧାରା ୬୯ଏ ଅନୁଯାୟୀ ନିଆଯାଇଛି।ମନ୍ତ୍ରୀ କହିଛନ୍ତି ଯେ ମିଥ୍ୟା ଖବର ପ୍ରଚାର ପ୍ରସାର କରି ଦେଶର ସାର୍ଵଭୌମତ୍ୱ ବିରୋଧରେ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital