ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ : ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା: ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।