ଶ୍ରୀମନ୍ଦିର ପ୍ରଶାସନ ଗତଥର ମହାପ୍ରଭୁ ବଳଭଦ୍ର ରଥ ଉପରେ ପଡ଼ିଯିବା ଘଟଣା ପରେ ସୁରକ୍ଷାରେ କୌଣସି ବୁଝାମଣା କରିବାକୁ ଚାହୁନାହିଁ। ଚାରମାଳ ବନ୍ଧା ହେବା ପରେ ବାଡ଼ଗ୍ରାହୀଙ୍କ ସମେତ ଜଣେ ଜଣେ ବରିଷ୍ଠ ଅଧିକାରୀ ଚାରମାଳ ଯାଞ୍ଚ କରିବେ। ଏଥି ପାଁ ଭୋଇ ସେବକଙ୍କ ସମେତ ଜେଟିପିମାନେ ସହଯୋଗ କରିବେ। ଗତବର୍ଷ ଚାରମାଳରୁ ମୁହଁମାଡ଼ି ପଡ଼ିଥିଲେ ବଡ଼ଠାକୁର। ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି। ଶୃଙ୍ଖଳିତ ପହଣ୍ଡି ଉପରେ ପ୍ରଶାସନର ଗୁରୁତ୍ୱ। ପ୍ରତ୍ୟେକ ବିଗ୍ରହଙ୍କ ପାଇଁ ଜଣେ ବରିଷ୍ଠ ଅଧିକାରୀ ନିୟୋଜିତ।ଆସନ୍ତା ଜୁନ୍ ୨୭ ତାରିଖରେ ଥିବା ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳ ୯ଟାରେ ରଥ ପ୍ରତିଷ୍ଠା ହେବ। ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ଣ ସାଢ଼େ ୧୨ଟା ସୁଦ୍ଧା ସରିବ। ସାଢ଼େ ୧୨ଟାରୁ ୧ଟା ମଧ୍ୟରେ ଶ୍ରୀମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ବିଜେ କରିବେ। ଅପରାହ୍ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ରଥ ଛେରାପହଁରା ଓ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ଜୁଲାଇ ୧ ତାରିଖ ହେରାପଞ୍ଚମୀରେ ରାତି ସାଢ଼େ ୯ଟାରେ ମହାଲକ୍ଷ୍ମୀ ରଥ ତଳ ନୀତି ସାରି ଜଗମୋହନକୁ ବିଜେ କରିବେ। ରାତି ୯ଟା ୩୫ରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଲାଗି ହେବାକୁ ସ୍ଥିର କରାଯାଇଛି।
