ଓଡ଼ିଶାକୁ ପୁଣି ଫେରିଲା କି କରୋନା ? ଭୁବନେଶ୍ୱରରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଦିଲ୍ଲୀରୁ ଫେରିବା ପରେ କୋଭିଡ ଆକ୍ରାନ୍ତ ଜଣକ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ହେଉଛନ୍ତି । ଏବେ ଉକ୍ତ ବ୍ୟକ୍ତି ଜଣଙ୍କ ହୋମ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭ କୋଭିଡ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।
