ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ତେବେ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରିରହିଛି ବର୍ଷା । ଆଜି ୪ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରିହୋଇଛି । କେନ୍ଦୁଝର, ଯାଜପୁର, ଜଗତ୍‌ସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ ।

କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦ କିମି ବେଗରେ ପବନ ବହିବ ।

ଅଧିକ ପଢନ୍ତୁ

kc ads