ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି । ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଶୀତଳ ଷଷ୍ଠୀ ଭବ୍ୟ କରିବାକୁ ସରକାର ଯୋଜନା ରଖିଛନ୍ତି ।
ଚଳିତ ବର୍ଷ ଶୀତଳ ଷଷ୍ଠୀ ଜୁନ୍ ୧ ତାରିଖରେ ପଡ଼ୁଛି । ସାରା ରାଜ୍ୟରେ ଶୀତଳ ଷଷ୍ଠୀ ଧୁମଧାମରେ ପାଳନ କରାଯାଏ ।ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି।