ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ ।ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତି ଭିତ୍ତିକ ଜନଗଣନା ।
ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ୨୦୧୧ରେ ଶେଷଥର ପାଇଁ ଦେଶରେ ଜନଗଣନା ହୋଇଥିଲା ।ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ ଜନଗଣନା, ଯାହାର ତଥ୍ୟ ୨୦୨୮ ଶେଷ ସୁଦ୍ଧା ପ୍ରକାଶ ପାଇପାରେ। ଏହି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଅଧିକାରୀମାନଙ୍କୁ ତାଲିମ ଦିଆଯିବାର ଆବଶ୍ୟକତା ରହିଛି।ଓଡ଼ିଶାରେ ଏହି ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ନିଖିଲ ପବନ କଲ୍ୟାଣଙ୍କୁ ସେନସସ୍ ଅପରେସନର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।