ଆଜି କାଳବୈଶାଖୀ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି

ପାଗରେ ଅସ୍ବାଭାବିକ ପରିବର୍ତ୍ତନ । ଦିନରେ ଗରମ, ଅପରାହ୍ଣରେ ବର୍ଷା । ଦିନବେଳା ଭୀଷଣ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଥିବାବେଳେ ଅପରାହ୍ଣରେ ହଠାତ ପାଗରେ ପରିବର୍ତ୍ତନ ଆସୁଛି । ଆଜି କାଳବୈଶାଖୀ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା ଏବଂ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ଝଡ଼ବର୍ଷା, ବଜ୍ରପାତ ସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସାଧାରଣ ଲୋକଙ୍କୁ ସୁରକ୍ଷା ସ୍ଥାନକୁ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଅଧିକ ପଢନ୍ତୁ

Odisha Darpan Digital