ବିସ୍ଫୋରକ ସାମଗ୍ରୀ ଲୁଟ୍ ଘଟଣାରେ ଏସ୍ଆଇଟି ହାତରେ ଲାଗିଛି ବଡ଼ ସୂଚନା । ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ତାଙ୍କ ପତ୍ନୀ ନିକିତା ଅଗ୍ରୱାଲଙ୍କୁ ଜେରା ବେଳେ ବଡ଼ ତଥ୍ୟ ଲାଗିଥିବା କୁହାଯାଉଛି ।ଏସ୍ଆଇଟି ଜେରା ବେଳେ ଅଧିକାଂଶ ସମୟରେ ଚୁପ୍ ରହିଥିଲେ ନିକିତା । ସେହିପରି ଶ୍ରବଣ ମଧ୍ୟ ଦୁଇ ଥର ପାଣି ମାଗିବା ସହ ଜଣେ ବାଥ୍ରୁମ୍ ଯାଇଥିବା ଜଣାପଡ଼ିଛି । କେବେଠାରୁ ଦୁଇ ଜଣ ବିସ୍ଫୋରକ ସାମଗ୍ରୀ କାରବାର କରୁଥିଲେ । ଏମାନଙ୍କ ଲିଙ୍କ ଆଉ କାହା ସହ ରହିଛି । ଏନେଇ ଉଭୟ ଏସ୍ଆଇଟି ଅଧିକାରୀ ଓ ପୁଲିସ ପ୍ରଶ୍ନ କରିଥିଲେ । ଏହା ସହିତ ଶ୍ରବଣଙ୍କ ନକ୍ସଲ ଲିଙ୍କ୍ ରହିଛି କି ନାହିଁ ଜେରା କରିଥିଲେ ଅଧିକାରୀ । ଆଜି ଦୁଇ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଛି । ତାଙ୍କୁ ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯିବ ।
