କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧୀମାନ ଚକ୍ମା, ଆଇଏଏସ (୨୦୨୧ ବ୍ୟାଚ), ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି। ଅଭିଯୁକ୍ତ ଉପ-ଜିଲାପାଳ ମୋଟ ୨୦ ଲକ୍ଷ ଟଙ୍କାର ଲାଞ୍ଚ ଦାବି କରିଥିଲେ ଏବଂ ଏହାର ପ୍ରଥମ କିସ୍ତି ଭାବେ ୧୦ ଲକ୍ଷ ଟଙ୍କା ଗ୍ରହଣ କରୁଥିବା ବେଳେ ଧରାପଡ଼ିଛନ୍ତି। ୨୦୨୧ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ଧୀମାନ ଚକମା । ଆଇଏଏସ୍ ୪୮୨ ରାଙ୍କ ପାଇଥିଲେ । ତାଙ୍କ ଘର ତ୍ରିପୁରା କାଞ୍ଚନପୁରରେ । ପୂର୍ବରୁ ଆଇଏଫଏସ୍ ପାଇଥିଲେ ଧୀମାନ ଚକମା । ବାରିପଦାରେ ଫରେଷ୍ଟ ଅଫିସର ଭାବେ କାର୍ଯ୍ୟ କରିସାରିଛନ୍ତି । ଫରେଷ୍ଟ ଅଫିସର ଥିବାବେଳେ ଆଇଏଏସ୍ ପାଇଥିଲେ ।। ତେବେ ଧୀମାନ ଚକମାଙ୍କୁ ଆଜି କୋର୍ଟ ଚାଲାଣ କରିବ କଳାହାଣ୍ଡି ଭିଜଲାନ୍ସ । ଏନେଇ ସୂଚନା ଦେଇଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ଜଶୱନ୍ତ ଜେଠୱା । ଗିରଫ ପରେ ତାଙ୍କୁ ଗୁରେଇ ତୁରେଇ ଜେରା କରିଥିଲା ଭିଜିଲାନ୍ସ ।
