ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ। ଅନ୍ୟପଟେ ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି ।  ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  ରଥଯାତ୍ରାରେ ୩୦୦ରୁ ଅଧିକ ଡାକ୍ତର ନିୟୋଜିତ ରହିବେ । ରଥଯାତ୍ରା ଦ୍ବିତୀୟ ସମନ୍ବୟ କମିଟି ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ

kc ads