ରାଜଧାନୀରେ ଆଜି କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ତ୍ରାହି ଦେଇଛି ବର୍ଷା । ଆଜି ଓଡ଼ିଶାର ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକା ପବନ ମଧ୍ୟ ପ୍ରତି ଘଣ୍ଟାବେଗ 30-40 କିଲୋମିଟର ବେଗରେ ହେବାର ସମ୍ଭାବନା ରହିଛି। ସେହିପରି ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ହେବାର ସମ୍ଭାବନା ରହିଛି।
