ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଆଜି ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।ଏମାନେ ମାଓବାଦୀଙ୍କ ଏଓବି ଅର୍ଥାତ୍ ଆନ୍ଧ୍ର ଓଡିଶା ସ୍ପେଶାଲ ଜୋନାଲ କମିଟିର ସଦସ୍ୟ । ଗିରଫ ଦୁଇ ମାଓବାଦୀଙ୍କ ନିଜ ଘର ଛତିଶଗଡ ବିଜାପୁର ଜିଲ୍ଲାର ଗାଙ୍ଗାଲୁର ବୋଲି ଜଣାପଡିଛି । ସେମାନଙ୍କ ପାଖରୁ ଦୁଇଟି ରିଭଲଭର ସହ ବହୁ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।
