ଜୁନ୍ ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ହବ ରିହାର୍ସଲ- DGCA ।

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ପରେ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ ।ଜରୁରିକାଳୀନ ରିହର୍ସାଲ କରିବାକୁ ନିର୍ଦ୍ଦେଶ ଦେଇଛି DGCA । ଫୁଲସ୍କେଲ ରିହର୍ସାଲ ସମୟରେ ପୋଲିସ, ମେଡିକାଲ ଟିମ ଓ ଅଗ୍ନିଶମବାହିନୀ ଉପସ୍ଥିତ ରହିବେ । ବେଆଇନ କୋଠା ଉଚ୍ଛେଦ ଓ ଗଛ କାଟିବାକୁ ବିଏମସିକୁ କୁହାଯିବ ।ଏହି ରିହାର୍ସଲ ଜୁନ୍ ୩୦ରେ ହେବ । ଅହମ୍ମଦାବାଦ ପ୍ଲେନ କ୍ରାସ ପରେ ଭୁବନେଶ୍ୱର ବିମାନ ବନ୍ଦରରେ ଏଭଳି ସିକ୍ୟୁରିଟି ପ୍ରୋଗ୍ରାମ କରାଯିବ । ବିମାନ ବନ୍ଦର ଆଖପାଖରେ ସର୍ଭେ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ।

ଅଧିକ ପଢନ୍ତୁ

kc ads