ଘୂର୍ଣ୍ଣିବଳୟ ସକ୍ରିୟ: ଆସନ୍ତା ୧୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହେବ ।

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ଯାଏଁ ବର୍ଷା ଲାଗି ରହିବ । ସୋମବାର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମଙ୍ଗଳବାର ମଧ୍ୟ ଏହି ସବୁ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ଅଧିକ ପଢନ୍ତୁ

kc ads