ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ ।

ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା ଓ ଆଶୀର୍ବାଦ କାମନା କରିଛନ୍ତି।ନବୀନ ପଟ୍ଟନାୟକଙ୍କୁ ବର୍ତ୍ତମାନ ୭୮ ବର୍ଷ । ଅନେକ ସମୟରେ ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚର୍ଚ୍ଚା ହୋଇଥାଏ ।

ଅଧିକ ପଢନ୍ତୁ

Odisha Darpan Digital