ଅଣସର ଗୃହରେ ଶୁକ୍ରବାର ମହାପ୍ରଭୁଙ୍କ ଚକାବିଜେ ନୀତି ଅନୁଷ୍ଠିତ ହେବ। ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରା ଅଣସର ପିଣ୍ଡିରୁ ଚକାକୁ ବିଜେ କରିବେ। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ।ତ୍ରୟୋଦଶ ଶତାଦ୍ଦୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା । ତେବେ ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ ।
ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନ ଦିନ ଭକ୍ତଙ୍କୁ ଦର୍ଶନ ଦେଉଥିବାର ବିଶ୍ୱାସ ରହିଛି। ସେପଟେ ରଥଯାତ୍ରା ଆଉ ମାତ୍ର ୭ ଦିନ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।