୨୭ରେ ସୃଷ୍ଟିହେବ ଲଘୁଚାପ,ପୁଣି ପ୍ରବଳ ବର୍ଷା ସମ୍ଭାବନା

ଜୁନ୍ ୨୭ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟିନେଇ ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ୨୬ ରୁ ପ୍ରବଳ ବର୍ଷା ହୋଇପାରେ।ଆଇଏମ୍‌ଡି ପୂର୍ବାନୁମାନ କହୁଛି, ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ । ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ୨୬ ତାରିଖ ସୁଦ୍ଧା ମୌସୁମୀ ଦେଶର ସବୁ ସ୍ଥାନକୁ ଅଗ୍ରସର ହୋଇଯିବ ବୋଲି ବିସ୍ତାରିତ ଆକଳନରେ କୁହାଯାଇଛି ।

ଅଧିକ ପଢନ୍ତୁ

kc ads