ମୋଦିଙ୍କ ଆଗରେ ହିନ୍ଦୀରେ କହିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସ୍ବାଗତ ଭାଷଣ ହିନ୍ଦୀରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ । ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିସାରିଛି । ଓଡ଼ିଶା ବିକାଶ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଛି । ରାଜ୍ୟରେ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରି ସାରା ଦେଶରେ ଆମେ ପ୍ରଥମ ହୋଇପାରିଛୁ ।” ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ । ୨୮ ହଜାରରୁ ଊର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ । ଭିଜନ ଡକ୍ୟୁମେଣ୍ଟ ୨୦୩୬ ମଧ୍ୟ ପ୍ରସ୍ତୁତ କରି ସାରିଛୁ ।

ଅଧିକ ପଢନ୍ତୁ

kc ads