କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଚାଲିଥିବା ପିଏମ୍-ପୋଷଣ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ଅଧୀନରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବୃଦ୍ଧି କରାଯାଇଛି।ବର୍ତମାନ ଭାରତ ସରକାରଙ୍କ ଦ୍ବାରା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ଯଥାକ୍ରମେ ୬ ଟଙ୍କା ୭୮ପଇସା ଓ ୧୦ ଟଙ୍କା ୧୭ ପଇସା ୦୧.୦୫.୨୦୨୫ ଠାରୁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବାବଦକୁ ପ୍ରଦାନ କରାଯାଉଛି । ବର୍ତ୍ତମାନ ରାଜ୍ୟ ସରକାର ଅତିରିକ୍ତ ରନ୍ଧନ ସାମଗ୍ରୀ ଖର୍ଚ୍ଚ ପାଇଁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ୧ ଟଙ୍କା ୪୫ ପଇସା ଓ ୧ ଟଙ୍କା ୬୫ ପଇସା ପ୍ରଦାନ କରୁଛନ୍ତି । ତେଣୁ, ଦୈନିକ ପ୍ରତି ଛାତ୍ରଛାତ୍ରୀ ପିଛା ମୋଟ୍ ସାମଗ୍ରୀ ଖର୍ଚ୍ଚ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ପାଇଁ ଯଥାକ୍ରମେ ୮ ଟଙ୍କା ୨୩ ପଇସା ଓ ୧୧ ଟଙ୍କା ୮୨ ପଇସା ଦିଆଯାଉଛି ।
