ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ।

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ୩୨୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବାବେଳେ ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ। ବୋର୍ଡର ୱେବସାଇଟ www.bseodisha.ac.in ରେ ଉପଲବ୍ଧ। ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରୁ ଡାଉନଲୋଡ କରି ଆଡମିଟ କାର୍ଡ ନେଇ ପାରିବେ । ତେବେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି।୧୦୩ ଟି କେନ୍ଦ୍ରରେ ୧୦,୮୦୯ ଓପନ ସ୍କୁଲ ପରୀକ୍ଷାର୍ଥୀ ଦେବେ ଏହି ପରୀକ୍ଷା ।

ଅଧିକ ପଢନ୍ତୁ

kc ads